ଆସୁଛି ପୁଣି ଏକ ଲଘୁଚାପ; ପାଣିପାଗ ବିଜ୍ଞାନୀଙ୍କ ପୂର୍ବାନୁମାନ
ନନ୍ଦିଘୋଷ ବ୍ୟୁରୋ:ବାତ୍ୟା ଅର୍ଣ୍ଣବ ପରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ।
ବର୍ତ୍ତମାନ ପାଗ ଅନୁକୂଳ ଥିବାରୁ ଆସନ୍ତାକାଲି କିମ୍ବା ନଭେମ୍ବର ୧ ତାରିଖ ସୁଦ୍ଧା ଏହା ଅବପାତ ରେ ପରିଣତ ହେବା ସମ୍ଭାବନା ରହିଛି । ଅବପାତଟି ଆନ୍ଧ୍ରପ୍ରଦେଶ ମୁହାଁ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ମାନେ ଆକଳନ କରିଛନ୍ତି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ତେବେ ଏହା ଗଭୀର ଅବପାତର ରୂପ ନେବ କି ନାହିଁ ତାହା ବି ସ୍ପଷ୍ଟ ହୋଇ ନାହିଁ । ଆଗାମୀ ୨୪ ଘଣ୍ଟା ପାଇଁ ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । .
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।