ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD
ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଦେଇ ଝାଡଖଣ୍ଡ ମୁହାଁ ହେବା ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟାରେ ପ୍ରାୟ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଗତ ୨୪ ଘଣ୍ଟା ଭିତରେ ଜଗତ୍ସିଂପୁର କୁଜଙ୍ଗରେ ସର୍ବାଧିକ ୧୧୩ ମିମି ବର୍ଷା ରେକର୍ଡ କରାଯାଇଛି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।