ଆହୁରି ୨ ଦିନ ଯାଏଁ ପ୍ରବଳ ବର୍ଷା,ଆଜି ପାଇଁ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Aug 07, 2026 - 11:30
ଆହୁରି ୨ ଦିନ ଯାଏଁ ପ୍ରବଳ ବର୍ଷା,ଆଜି ପାଇଁ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଫଳରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିଛି ବର୍ଷା । ଟ୍ବିନ ସିଟିରେ ଗତକାଲିଠାରୁ ବର୍ଷା ଲାଗି ରହିଛି । ଆହୁରି ୨ ଦିନ ଲାଗି ରହିବ ପ୍ରବଳ ବର୍ଷା । ଘଡଘଡି ସହ ପ୍ରବଳ ବର୍ଷା ପାଇଁ ଆଜି ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ ତାରିଖ ଯାଏଁ ସାରା ରାଜ୍ୟରେ ବିକ୍ଷିପ୍ତ ବର୍ଷ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । 

ଅନ୍ୟପଟେ, ୧୨ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସୃଷ୍ଟି ହବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଉତ୍ତରଗ ଗାଙ୍ଗେୟ ଉପକୂଳ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସର୍ରକ ସୂଚନା ଜାରି କରାଯାଇଛି।

ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ତେବେ ଅଗଷ୍ଟ ତୃତୀୟ ସପ୍ତାହରେ ଏହାର ପ୍ରଭାବ ସାରା ରାଜ୍ୟରେ ଅନୁଭୂତ ହେବ। ଆସନ୍ତା ଗୋଟିଏ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଥିବାରୁ ଓଡ଼ିଶା ଉପରେ ବର୍ଷାର ପ୍ରଭାବ ଲାଗିରହିବ। ଅଗଷ୍ଟ ମାସର ସର୍ବାଧିକ ବର୍ଷା ଏହି ସମୟ ମଧ୍ୟରେ ହୋଇପାରେ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।