ଆୟୁଷ୍ମାନ ସ୍ୱାସ୍ଥ୍ୟ ବୀମାରେ ମିଶିବ ନାହିଁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା

Sep 01, 2026 - 15:21
ଆୟୁଷ୍ମାନ ସ୍ୱାସ୍ଥ୍ୟ ବୀମାରେ ମିଶିବ ନାହିଁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା

ଭୁବନେଶ୍ୱର: ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ପାଇଁ ବଡ଼ ଖବର । ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନାରେ ମିଶିବ ନାହିଁ ସାମ୍ବାଦିକ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ବୀମା ଯୋଜନା । ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଯେଉଁ ସାମ୍ବାଦିକମାନେ ନୂଆକରି ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି, ସେମାନେ ନିୟମ ଅନୁଯାୟୀ ଆବେଦନ କରିପାରିବେ । ଏହାଦ୍ୱାରା ଯୋଗ୍ୟ ସାମ୍ବାଦିକମାନେ ପୂର୍ବପରି ଯୋଜନାର ସ୍ୱାସ୍ଥ୍ୟ ବୀମା ସୁବିଧା ପାଇପାରିବେ । ସରକାରଙ୍କ ଏହି ନିଷ୍ପତ୍ତିକୁ ସାମ୍ବାଦିକ ମହଲରେ ସ୍ୱାଗତ କରାଯାଇଛି । 

ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନା ସହ ମିଶାଇବା ନେଇ ବିଭିନ୍ନ ମହଲରେ ଆଲୋଚନା ହେଉଥିଲା। ତେବେ ଏହି ଦୁଇଟି ଯୋଜନାକୁ ଏକାଠି କରାଯିବ ନାହିଁ ବୋଲି ସ୍ପଷ୍ଟ ହୋଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।