ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

Aug 29, 2026 - 23:40
ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ସେ ଉଜ୍‌ବେକିସ୍ତାନ ରାଷ୍ଟ୍ରପତି ଶାଭକାତ ମିର୍ଜିୟୋୟେଭଙ୍କ ସହ ଏକ ପ୍ରତିନିଧିସ୍ତରୀୟ ଆଲୋଚନାରେ ଭାଗନେବେ।

ତାଶକେଣ୍ଟ ବିମାନବନ୍ଦରରେ ରାଷ୍ଟ୍ରପତି ମିର୍ଜିୟୋୟେଭ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଛନ୍ତି। ମୋଦିଙ୍କର ଏହା ଉଜ୍‌ବେକିସ୍ତାନକୁ ଚତୁର୍ଥ ଗସ୍ତ।

ଏହା ପରେ ମୋଦି କିର୍‌ଗିଜ ରିପବ୍ଲିକ୍‌କୁ ଗସ୍ତ କରି ସେଠାର ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାରେ ଭାଗ ନେବେ। ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ କିର୍‌ଗିଜସ୍ତାନର ବିଶକେକ୍‌ଠାରେ ଅନୁଷ୍ଠିତ ହେବାକୁ ଥିବା ୨୬ତମ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମିଟ୍‌ରେ ପ୍ରଧାନମନ୍ତ୍ରୀ ଯୋଗଦେବେ।

Dharitri – Odisha’s No.1 Odia Daily


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।