ଉତ୍କଳ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ !
ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟରୁ ଆସିଲା ସାଙ୍ଘାତିକ ଖବର । ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ ! +୩, ୨ୟ ସେମିସ୍ଟରର ସମସ୍ତ ପ୍ରଶ୍ନପତ୍ର ଲିକ ହୋଇଥିବା ସୂଚନା ମିଳିଛି । ଅନଲାଇନରେ ଘୁରି ବୁଲୁଛି ପ୍ରଶ୍ନପତ୍ର । ପରୀକ୍ଷା ପୂର୍ବଦିନ ହ୍ୱାଟ୍ସ ଆପ ରେ ଆସି ଯାଉଛି ପ୍ରଶ୍ନପତ୍ର । ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ପ୍ରାୟ ୩୦୦ କଲେଜରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଘଟଣା ଜଣାପଡିବା ପରେ ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷାର ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠିଛି । ତେବେ ଏନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।