ଏନଟିପିସି ପାୱାର୍ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
ପାଲଲହଡ଼ା,୨୨।୮: ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଓ ୨ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ବିସ୍ଫୋରଣଙ୍କୁ କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଉଚ୍ଚ ପଦାଧିକାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ସୂଚନା ମିଳିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।