ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

Aug 21, 2026 - 15:00
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ଏନସିସିରେ ଅଧିକରୁ ଅଧିକ ସଂଖ୍ୟାରେ ଯୋଗଦେଇ ଶୃଙ୍ଖଳା, ଦେଶପ୍ରେମ ଓ ନେତୃତ୍ୱର ଗୁଣ ବିକଶିତ କରିବାକୁ ଆହ୍ବାନ ଦେଇଥିଲେ।

ଏହି ଅବସରରେ ଏନସିସି ନାଭାଲ ୱିଙ୍ଗର ସିଟିଓ ବିଦେଶୀ ରାଉତ, ପ୍ରଶାସନିକ ଅଧିକାରୀ କୁମୁଦ ଚନ୍ଦ୍ର ମହାପାତ୍ର, ଡ. ରବୀନ୍ଦ୍ର କୁମାର ମିଶ୍ର, ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ସୁନିତା ରାଣୀ ଖଣ୍ଡୁଆଳ ପ୍ରମୁଖ ଉପସ୍ଥିତ ଥିଲେ। ଏନସିସି ନାଭାଲ ୟୁନିଟ, ବ୍ରହ୍ମପୁରର ସିଆଇ ଗଜେନ୍ଦ୍ର ବେହେରା ଓ ସିପିଓ ଭଜମନ ସା ଶିବିରରେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଯୋଗ୍ୟ କ୍ୟାଡେଟମାନଙ୍କୁ ଚୟନ କରିଥିଲେ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।