ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ
ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟର ବିଭାଗଗୁଡ଼ିକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରଶାସନର ଏହି ନିଷ୍ପତ୍ତି ଅନୁଯାୟୀ, ୩୧ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଉକ୍ତ ସମସ୍ତ ଶିକ୍ଷାନୁଷ୍ଠାନରେ ସାଧାରଣ ଶିକ୍ଷାଦାନ ବନ୍ଦ ରହିବ। ଜିଲାରେ ଜାରି ରହିଥିବା ପ୍ରତିକୂଳ ପାଣିପାଗ ଓ ବନ୍ୟା ପରିସ୍ଥିତି ମଧ୍ୟରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପ୍ରଶାସନ ଏହି ପଦକ୍ଷେପ ନେଇଛି।
ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ଆଦେଶ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।