ଓଜନ କମାଇବାର ସହଜ ଉପାୟ

Sep 07, 2026 - 09:55
ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସବୁଜ ପନିପରିବା ସାମିଲ କରନ୍ତି ତେବେ ସେ ନିଜ ଓଜନକୁ କେତେକାଂଶରେ ସନ୍ତୁଳିତ ରଖିପାରିବେ। ନିକଟରେ ଏକ ସର୍ଭେରୁ ଲଣ୍ଡନ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଜାଣିପାରିଛନ୍ତି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ସେମାନେ ନିୟମିତ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ ଖାଇବାକୁ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ଓଜନ ଉପରେ ପଡୁଛି ତାହାକୁ ନିରୀକ୍ଷଣ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ପ୍ରାୟ ଅର୍ଦ୍ଧାଧିକ ବ୍ୟକ୍ତିଙ୍କର ଓଜନ କେତେକାଂଶରେ ସନ୍ତୁଳିତ ରହୁଥିବାର ଜଣାପଡିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେବଳ ସେତିକି ନୁହେଁ, ଏଭଳି ଖାଦ୍ୟ ଖାଇବା ଦ୍ୱାରା ଶରୀରରେ ଜଳୀୟ ଅଂଶ ମଧ୍ୟ ସନ୍ତୁଳିତ ରହିଥାଏ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।