କଟକର ପୂର୍ବତନ ମେୟର ସୋମେନ୍ଦ୍ର ଘୋଷଙ୍କ ପରଲୋକ
ନନ୍ଦିଘୋଷ ବ୍ୟୁରୋ : କଟକର ପୂର୍ବତନ ମେୟର ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୋମେନ୍ଦ୍ର ଘୋଷଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି।
ଅସୁସ୍ଥତା କାରଣରୁ ଗତ ୫ ଦିନ ହେବ ସେ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ଅକାଳ ବିୟୋଗରେ କଟକର ରାଜନୈତିକ ଓ ସାମାଜିକ ମହଲରେ ଶୋକର ଛାୟା ଖେଳିଯାଇଛି।
କଟକର ମେୟର ସୁବାସ ସିଂ, ସାଂସଦ ଦେବାଶିଷ ସାମନ୍ତରାୟ, ପୂର୍ବତନ ମେୟର ମୀନାକ୍ଷୀ ବେହେରାଙ୍କ ସମେତ ବହୁ କଟକବାସୀ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।