କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

Oct 07, 2026 - 21:29
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଖବର ପାଇ ବାଦାମବାଡ଼ି ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ମୃତ ଯୁବତୀଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ଦିଗକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ଛାନ୍‌ଭିନ୍‌ ଚଳାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।