କଣ୍ଟାବାଞ୍ଜି ଫେନ୍ସି ଷ୍ଟୋରରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ସମ୍ପତ୍ତି ନଷ୍ଟ
ନନ୍ଦିଘୋଷ ବ୍ୟୁରୋ : କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫେନ୍ସି ଷ୍ଟୋରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହଠାତ୍ ଦୋକାନ ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ଖବର ପାଇ କଣ୍ଟାବାଞ୍ଜି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡରେ ଦୋକାନରେ ଥିବା ବହୁ ସାମଗ୍ରୀ ଜଳିଯିବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ। ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।