କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

Sep 01, 2026 - 18:48
କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ ଅବସ୍ଥାରେ ସୋମବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ଗତ ଅଗଷ୍ଟ ୨୭ ତାରିଖରେ ତିଲୋତ୍ତମାଙ୍କୁ ପ୍ରସବ ବେଦନା ହେବାରୁ ପରିବାର ଲୋକେ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ସେ ଏକ କନ୍ୟାସନ୍ତାନ ଜନ୍ମ ଦେବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ପରେ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଶିଶୁକନ୍ୟାର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବାବେଳେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ତିଲୋତ୍ତମାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।

ସାହାରପଡ଼ା ଫାଣ୍ଡି ପୁଲିସ ମୃତଦେହର ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପାଟଣା ଥାନାରେ ୪୬/୨୬ ନମ୍ବରରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ଥ ଓରାମ କହିଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।