କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

Oct 11, 2026 - 13:58
କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ଏହି ଅବସରରେ ଶନିବାର ପୂଜା କମିଟି ପକ୍ଷରୁ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା।

ପୂଜାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ କମିଟି ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଘୋଷଣା ଅନୁଯାୟୀ, ଆସନ୍ତା ୧୯ ତାରିଖରୁ ୨୪ ପ୍ରହର ନାମଯଜ୍ଞ ଆରମ୍ଭ ହୋଇ ୨୨ ତାରିଖରେ ପୂର୍ଣ୍ଣାହୁତି ହେବ। ସେହିଦିନ (୨୨ ତାରିଖରେ) ମା’ ଦୁର୍ଗାଙ୍କର ଭସାଣି ଯାତ୍ରା ମଧ୍ୟ ଅନୁଷ୍ଠିତ ହେବା ନେଇ ପୂଜା କମିଟି ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।