କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

Aug 20, 2026 - 19:46
କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ ଭିଜିଲାନ୍ସ ଟିମ୍‌ ହାତରେ ଧରାପଡିଛନ୍ତି।

ଭିଜିଲାନ୍ସ ଟିମ୍‌ କାର୍‌ ସହ ତାଙ୍କଠାରୁ ନଗଦ ୫ ଲକ୍ଷ ଟଙ୍କା ଜବତ କରି ଛାନଭିନ ଆରମ୍ଭ କରିଛି। ଅନ୍ୟପକ୍ଷେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ୩ଟି ସ୍ଥାନରେ ଚଢାଉ କରି ତଦନ୍ତ ଜାରି ରଖିଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।