କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର । ମା’ ସମଲେଶ୍ୱରୀଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ।
ସେହିପରି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନୂଆଁଖାଇ ଉପଲକ୍ଷେ ନିଜର ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, ଏହି ପର୍ବ ମାଧ୍ୟମରେ ପାରସ୍ପରିକ ସୌହାର୍ଦ୍ଦ୍ୟ ଓ ସଂପ୍ରୀତି ଆହୁରି ସୁଦୃଢ଼ ହେବ ବୋଲି ମୋର ବିଶ୍ୱାସ। ନୂଆଁଖାଇ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଅଛି। ନୂଆଁଖାଇ ହେଉଛି ଏକତା, ସୌହାର୍ଦ୍ଦ୍ୟ ଓ ସଦ୍ଭାବନାର ପର୍ବ। ନବାନ୍ନ ସେବନ, ବନ୍ଧୁମିଳନ ଓ ଗୁରୁଜନଙ୍କ ପ୍ରତି ସମ୍ମାନର ପର୍ବ। ଏହି ପର୍ବ ସମସ୍ତଙ୍କୁ ମିଳିମିଶି କରି ରହିବାର ମହତ ବାର୍ତ୍ତା ଦେଉଛି। ଆଜିର ଏହି ମହାନ ଅବସରରେ ମା’ ସମଲେଶ୍ୱରୀଙ୍କ ପାଖରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରୁଛି।
ଠିକ୍ ସେହିପରି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ବି ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,
ଖୁସିର ବଡ଼ଖା ତିହାର୍
ସମ୍ କୁ ମୋର୍ ନୂଆଁଖାଇ ଜୁହାର୍ ।
ଓଡ଼ିଶାର କୃଷିଭିତ୍ତିକ, ସାମାଜିକ ତଥା ସାଂସ୍କୃତିକ ଗଣପର୍ବ ପବିତ୍ର ନୂଆଁଖାଇ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମାଁ ସମଲେଇଙ୍କ ନିକଟରେ ପ୍ରାର୍ଥନା କରୁଛି ।
ଜୟ ମାଁ ସମଲେଇ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।