କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

Aug 16, 2026 - 22:45
କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ ବାର୍‌ହାକୁ ଛତ୍ରପୁର ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି।

ରବିବାର ଏକ ବାର୍‌ହା କେନାଲରେ ଫସି ରହିଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶ୍ରମ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବାରହାକୁ ଉଦ୍ଧାର କରିଥିଲେ। ଦୀର୍ଘ ସମୟ ଧରି ଉଦ୍ୟମ ପରେ ଜାଲ ପକାଇ ବାର୍‌ହାକୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ମା’ ବାର୍‌ହାକୁ ନିକଟସ୍ଥ ଜଙ୍ଗଲରେ ଛାଡି ଦିଆଯାଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।