ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

Aug 28, 2026 - 12:27
ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ ୫ ହଜାର କୋଟିରୁ ଅଧିକ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏଥିରେ ନୟାଗଡ଼ ଜିଲାର ୨ଲକ୍ଷ ୩୩ହଜାର ୫୮୫ ହିତାଧିକାରୀ ଅଛନ୍ତି। ଏ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲା ସୁଭଦ୍ରା ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ନୟାଗଡ଼ ଜିଲାର ଲାଠିପଡ଼ା ଠାରେ ଚାଲିଥିବା ରାଜ୍ୟ ସ୍ତରୀୟ ଶୁଭଦ୍ରା ମେଳାର କାର୍ଯ୍ୟକ୍ରମକୁ ଅନ୍ୟ ଜିଲାର ହିତାଧିକାରୀମାନେ ଲାଇଭ ଷ୍ଟ୍ରିମିଂ ମାଧ୍ୟମରେ ଦେଖିପାରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ଏମ୍‌ପି ସମ୍ବିତ ପାତ୍ର, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, କଟକ ଏମ୍‌ପି, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ।

ପ୍ରକାଶ ଥାଉକି ମୁଖ୍ୟମନ୍ତ୍ରୀ ଆସିବା ପୂର୍ବରୁ ବିଜେଡି ନେତାଙ୍କୁ ପୋଲିସ ଉଠାଇ ନେବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପ୍ରତିବାଦରେ ବିଜେଡି ସରପଞ୍ଚ ଓ ସମିତି ସଭ୍ୟ ନୟାଗଡ଼ ସଦର ଥାନା ଘେରାଉ କରିଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।