ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

Sep 22, 2026 - 17:31
ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାପାଳ ଏକ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାର ସବୁ ପର୍ଯ୍ୟଟନସ୍ଥଳୀକୁ ବନ୍ଦ କରିବାକୁ ଜିଲାପାଳ ଘୋଷଣା କରିଛନ୍ତି।

ଏହାକୁ ଦୃଷ୍ଟିରେ ରଖି କାଲିଠୁ ୨୪ ଯାଏ ଗଜପତିରେ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଏହାସହ କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ଗଜପତି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।