ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍ପେଣ୍ଡ, ବିଦା ହେଲେ ହୋମଗାର୍ଡ
ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ ଜଗଦଲାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ନେଇ ବୌଦ୍ଧ SP ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ମୁତାବକ, ଦୁହେଁ ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ନେଇ ଏକ ଅଡିଓ ଭାଇରାଲ ହୋଇଥିଲା। ତଦନ୍ତ ପରେ SP କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।