ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…
ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବେଲଗାଁ ଥାନା ଧୋବାଡ଼ି ଗ୍ରାମରେ ଏହି ଅଘଟଣ ଘଟିଛି। ମୃତକ ହେଲେ ପି. ସୁଧାଂଶୁ ପାତ୍ର।
ମିଳିଥିବା ସୂଚନା ମୁତାବକ, ଗଣେଶ ପୂଜା ପାଇଁ ତୋରଣ ନିର୍ମାଣ ଚାଲିଥିବା ବେଳେ ସୁଧାଂଶୁ ତୋରଣ ଉପରକୁ ଚଢ଼ିଥିଲେ। ସେତିକିବେଳେ ତୋରଣ ଉପର ଦେଇ ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ସେ ଆସି ତଳକୁ ଖସି ପଡ଼ିଥିଲେ।
ଗୁରୁତର ଅବସ୍ଥାରେ ତାଙ୍କୁ ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୬/୨୬) ରୁଜୁ କରି ତଦନ୍ତ କରୁଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।