ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ସେପ୍ଟେମ୍ବର ୨୨, ୨୩ ଓ ୨୪ ତାରିଖ – ତିନିଦିନ ପାଇଁ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।
ଜନସାଧାରଣଙ୍କ ସୁରକ୍ଷା, ବିଶେଷକରି ଶିଶୁମାନଙ୍କ ନିରାପତ୍ତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ‘ଶୂନ୍ୟ ମୃତାହତ’ ନୀତି ଅନୁସାରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ଶିଶୁମାନଙ୍କ ସୁରକ୍ଷା ପ୍ରତି ବିଶେଷ ଯତ୍ନବାନ ହେବାକୁ ଅଭିଭାବକମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲା ରହିବ କି ବନ୍ଦ ରହିବ, ସେନେଇ ପରିସ୍ଥିତି ଓ ପାଣିପାଗର ସମୀକ୍ଷା ପରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।