ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

Sep 12, 2026 - 22:49
ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ ସାହି ମଣ୍ଡପରେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁଣିଆ ସନ୍ଦେହରେ କିଛି ଲୋକ ବାନ୍ଧିକି ରଖିଥିବା ଦେଖିବାକୁ ମିଳିଛି l ଏହାର ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି। ହେଲେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି।

ଘଟଣା ସ୍ଥଳରେ ଗ୍ରାମବାସି ରୁଣ୍ଡ ହୋଇଥିବା ବେଳେ ସମ୍ପୃକ୍ତ ବ୍ୟକ୍ତି ଜଣକ ଦୁଇ ବର୍ଷ ହେଲା ଝଡାଫୁଙ୍କା କରୁଥିବା ବେଳେ ଆଜି ଧରାପଡିଲେ ବୋଲି ଗ୍ରାମବାସୀଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।