ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

Aug 16, 2026 - 14:55
ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ବାଣିଜ୍ୟ, ପରିବହନ ଓ ଇସ୍ପାତ, ଖଣି ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କଠାରୁ ରାଇକିଆ ବିଡିଓ ସବ୍ୟସାଚୀ ସାହୁ ଏହି ଟ୍ରଫି ଏବଂ ମାନପତ୍ର ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ଦ୍ଧାରିତ ସମୟରେ ସର୍ବାଧିକ ଗୃହ କାର୍ଯ୍ୟ ଶେଷ ହୋଇଥିବା ଏବଂ ଲକ୍ଷ୍ୟ ପୂରଣ କରାଯାଇଥିବାରୁ ଏହି ପୁରସ୍କାର ପ୍ରଦାନ କରଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ବେଦ ପ୍ରକାଶ ଭୂଷଣ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦଙ୍କ ସମେତ ଜିଲାର ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଜନସାଧାରଣ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।