ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି
ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ ଭରିବେ। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସନ୍ଧ୍ୟା ୫ଟା ସୁଦ୍ଧା ନାମାଙ୍କନ ତାଲିକା ବୈଧ କରାଯିବ। କାଲି ସକାଳ ୧୦ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ନୋମିନେଶନ ପ୍ରତ୍ୟାହାର କରାଯିବ। ଶନିବାର ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।