ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

Oct 09, 2026 - 16:29
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ କରାଯାଇଛି। ନାମାଙ୍କନ ଦାଖଲକୁ ନେଇ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଓ ରାଜନୈତିକ ଚଳଚଞ୍ଚଳତା ଦେଖାଦେଇଛି।

ଏହି ନାମାଙ୍କନ ପ୍ରକ୍ରିୟା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଥିବାବେଳେ ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା ଓ ଉପଜିଲାପାଳ ନୀଳମାଧବ ସୁନା ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଥିଲେ। ଏଥିସହ ମହାବିଦ୍ୟାଳୟର କର୍ମଚାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ।

ଅନ୍ୟପକ୍ଷରେ, ମହାବିଦ୍ୟାଳୟରେ ଏବିଭିପିର ପଲ୍ଲା ଭାରୀ ଥିବା ଚର୍ଚ୍ଚା ହେଉଛି। ଏବିଭିପି ପକ୍ଷରୁ ପ୍ରାର୍ଥୀ ଦିଆଯିବାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିଥିବାବେଳେ ଆଗାମୀ ନିର୍ବାଚନରେ କେଉଁ ପକ୍ଷ କେତେ ସଫଳତା ପାଇବ, ତାହାକୁ ନେଇ କ୍ୟାମ୍ପସ୍‌ରେ ଚର୍ଚ୍ଚା ଜୋର ଧରିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।