ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

Jun 30, 2026 - 11:36
ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର ଦେଖାଯାଇଛି। ମୃତଶରୀର ବିଷୟରେ କେସିଙ୍ଗା ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ବାଳଙ୍କୁ ପଚାରିବାରୁ ପ୍ରାଥମିକ ତଦନ୍ତରୁ ଏହା ଦୁର୍ଘଟଣା ଭଳି ଜଣାପଡ଼ୁଛି। ବର୍ତ୍ତମାନ ମୃତଶରୀରକୁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବାବେଳେ ବ୍ୟବଚ୍ଛେଦ କଲା ପରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯିବ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।