ଜିଲ୍ଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ମଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

Sep 05, 2026 - 21:58
ଜିଲ୍ଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ମଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ ପରାମର୍ଶଦାତା କମିଟି ଗଠନ କରାଯିବା ସହ କୋଷାଧ୍ୟକ୍ଷ, ଉପସଭାପତି, ସାଧାରଣ ସମ୍ପାଦକ ଓ ସମ୍ପାଦକମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଏଆଇସିସି ସାଧାରଣ ସମ୍ପାଦକ ତଥା ସାଂସଦ କେ. ସି. ଭେଣୁଗୋପାଳ ଏକ ପ୍ରେସ ବିବୃତି ଜରିଆରେ ସୂଚନା ଦେଇଛନ୍ତି।

ଏହି ନୂତନ ସଂଗଠନ ପ୍ରକ୍ରିୟାରେ କଳାହାଣ୍ଡି ଜିଲା ଯୁବ କଂଗ୍ରେସ ସଭାପତି ମହମ୍ମଦ ସାହେବଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରାଯାଇଛି। ତାଙ୍କୁ ନୂତନ ଭାବେ ଓପିସିସିର ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି, ଯାହାକୁ ନେଇ କଳାହାଣ୍ଡି ଜିଲ୍ଲା କଂଗ୍ରେସ ଶିବିରରେ ବେଶ୍ ଉତ୍ସାହ ଓ ଆନନ୍ଦର ପରିବେଶ ଦେଖିବାକୁ ମିଳିଛି।

ଅନ୍ୟପଟେ, କାର୍ଯ୍ୟକାରୀ କମିଟି ସହ ପରାମର୍ଶଦାତା କମିଟିର ଅଧ୍ୟକ୍ଷ ଭାବେ ଭକ୍ତ ଚରଣ ଦାସ ନିଯୁକ୍ତ ହୋଇଥିବା ବେଳେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସଙ୍କୁ ଓପିସିସିର ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।