ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

Sep 12, 2026 - 22:06
ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବାବୁ ଗୌଡ଼(୫୦)।

ମିଳିଥିବା ସୂଚନା ମୁତାବକ, ଗତ ମଙ୍ଗଳବାର ସନ୍ଧ୍ୟାରେ ସେ ଗାଁ ନିକଟ ଜମିରେ କାମ କରୁଥିବା ବେଳେ ତାଙ୍କ ବାମ ଗୋଡ଼କୁ ସାପ କାମୁଡି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଏନେଇ ଦିଗପହଣ୍ଡି ଥାନାରେ ଏତଲା ହେବା ପରେ ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା(ନଂ.୪୪/୨୬) ରୁଜୁ କରିଛନ୍ତି। ତଦନ୍ତକାରୀ ଅଧିକାରୀ ଏଏସଆଇ ଝୁନୁ ମାଝୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ମୃତଦେହ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କର ୨ ପୁଅ ଝିଅ ଅଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ପ୍ରଦାନ ନିମନ୍ତେ ସରପଞ୍ଚ ମିନତୀ ଜାନି, ପୂର୍ବତନ ସରପଞ୍ଚ ରବି ଚନ୍ଦ୍ର ଗୌଡ଼ ପ୍ରମୁଖ ଦାବି କରିଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।