ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

Sep 26, 2026 - 18:49
ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ ଆହୁରି ବୃଦ୍ଧି ପାଇଛି। ପ୍ରାୟ ୪ ଫୁଟ ଜଳସ୍ତର ବଢ଼ିବା ଯୋଗୁଁ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛି।

ଗୁରୁବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବା ସହ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶୁକ୍ରବାର ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମଧ୍ୟ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିବା ସହ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ ପାଇଁ ଅଧିକାରୀମାନଙ୍କୁ କହିଥିଲେ।

ତେବେ ଏହା ସତ୍ତ୍ୱେ ତାମ୍ପରା ହ୍ରଦର ଜଳସ୍ତର ବଢ଼ି ଚାଲିଥିବାରୁ ପାଣି ଧୀରେ ଧୀରେ ଜନବସତି ଆଡ଼କୁ ମାଡ଼ି ଆସୁଛି। ପୂର୍ବରୁ ମଧ୍ୟ ପାଣି ପଶି କେତେକ ଘରକୁ ଘେରି ରହିଛି। ଜଳସ୍ତର ଆହୁରି ବଢ଼ିଲେ ଅନ୍ୟ ଘରଗୁଡ଼ିକ ମଧ୍ୟ ପ୍ରଭାବିତ ହେବା ଆଶଙ୍କା ରହିଛି।

ଯଥାଶୀଘ୍ର ଜଳନିଷ୍କାସନ ବ୍ୟବସ୍ଥା କରା ନ ଗଲେ ଆଗାମୀ ଦିନରେ ଅଞ୍ଚଳବାସୀଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ତୁରନ୍ତ ଜଳନିଷ୍କାସନ ସହ ଅଞ୍ଚଳରେ ଆବଶ୍ୟକ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।