ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ

Aug 22, 2026 - 20:54
ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ

ତିହିଡି଼,୨୨।୮:ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା ସହ ମୃତଦେହକୁ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ରଖି ଏହାର ପ୍ରତିବାଦ ଜଣାଇଛନ୍ତି l ତେବେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ବୃଦ୍ଧଙ୍କ ମୃତ୍ୟୁ ପରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ରେଫର କରିଥିବା ତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯିବା ସହ ତ୍ରୁଟିପୂର୍ଣ୍ଣ ଚିକିତ୍ସା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି l

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।