ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ ସମୟରେ ସୂର୍ଯ୍ୟଙ୍କ ପ୍ରଖର ରୌଦ୍ରତାପ ରହୁଥିବା ବେଳେ ଭୋର ସମୟରେ ଥଣ୍ଡା ଅନୁଭୂତ ହେଉଛି।
ରବିବାର ସକାଳେ ଚାରିଆଡ଼େ ଘନ କୁହୁଡ଼ି ଆଚ୍ଛାଦିତ ହୋଇଥିବା ବେଳେ ଥଣ୍ଡା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି। ଦୀର୍ଘଦିନ ପରେ ପୁଣି ଖରାର ଅନୁଭୂତି ସହ ଥଣ୍ଡାର ମଜା ମଧ୍ୟ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକମାନେ ନେଉଛନ୍ତି।
ସୂଚନାଯୋଗ୍ୟ ଯେ, ଆଉ କିଛି ଦିନ ପରେ ଉକ୍ତ ଅଞ୍ଚଳରେ ଥଣ୍ଡା ବୃଦ୍ଧି ପାଇବା ସହ ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ଜମିବ। ଏଥିପାଇଁ ଜିଲା ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ବିଭିନ୍ନ ପ୍ରସ୍ତୁତି ଚାଲିଥିବା ଜଣାପଡ଼ିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।