ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

Aug 24, 2026 - 15:30
ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର ଗତିପଥ ବଦଲା ଯାଇଛି।

ଏପରିକି ୧୧ଟି ବିମାନକୁ ଜୟପୁରରେ ଅବତରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିମାନଗୁଡିକୁ ଅପଡେଟ ଯାଞ୍ଚ କରି ବିମାନବନ୍ଦରରେ ଅବତରଣ କରିବାକୁ କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।