ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ମହାନ୍ତି ଘନ ଓରଫ ଲକ୍ଷ୍ମଣ(୬୫) ଗତ ୧ ତାରିଖରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ସଙ୍କଟାପନ୍ନ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଦିଗପହଣ୍ଡି ଥାନାରେ ପହଞ୍ଚି ହେବା ପରେ ଆଇଆଇସି କିଶୋର କୁମାର ସାମଲ ଏତଲାକୁ ଭିତ୍ତିକରି କେସ୍ ନଂ.୩୮୬/୨୬ ଅନୁଯାୟୀ ମାମଲା ରୁଜୁ କରିଥିଲେ। ଶନିବାର ତଦନ୍ତକାରୀ ଅଧିକାରୀ ଏସ୍ଆଇ ସୋଫିଆ ମିଶ୍ର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ସେଠାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ମଧ୍ୟାହ୍ନରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।