ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

Sep 03, 2026 - 15:54
ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାସହ ଏହି ବେଆଇନ କାରବାରରେ ଲିପ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲିର ମହମ୍ମଦ ଅରସାଦ(୧୮)।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଧିକାରୀମାନେ ସୁନାପାଲି ଛକ ନିକଟରେ ଚଢ଼ାଉ କରି ବ୍ରାଉନସୁଗାର ଜବତ କରିବା ସହ ନିଶା କାରବାରରୁ ମିଳିଥିବା ବିକ୍ରିଲବ୍ଧ ନଗଦ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛନ୍ତି। ଜବତ ହୋଇଥିବା ବ୍ରାଉନସୁଗାର ଓ ନଗଦ ଟଙ୍କା ସମେତ ମୋଟ୍‌ ସମ୍ପତ୍ତିର ଆନୁମାନିକ ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି।
ଏହାକୁ ନେଇ ଅବକାରୀ ଆଇନରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସ୍ଥାନୀୟ ଅଞ୍ଚଳରେ ଚାଲିଥିବା ଏହି ନିଶା କାରବାର ନେଟ୍‌ଓ୍ବର୍କ ସମ୍ପର୍କରେ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।