ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

Sep 24, 2026 - 11:48
ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ ତିନୋଟି ଦୋକାନ ସମେତ ଅନେକ ବାଇକ ଓ ସ୍କୁଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଘଟଣା ପରେ ରାସ୍ତାରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି।

ସୂଜନାଯୋଗ୍ୟ, ଖୋର୍ଦ୍ଧା ଆଡ଼ୁ ଯାଉଥିବା ଏକ ମାଲବୋଝେଇ ଟ୍ରଲର ଖୋର୍ଦ୍ଧା ମେଡିକାଲ ସମ୍ମୁଖରେ ବିପରୀତ ଦିଗରୁ ଆସୁଥିବା ଏକ କାରକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଏହାପରେ ଟ୍ରଲରଟି ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱକୁ ମାଡ଼ିଯାଇ ତିନୋଟି ଦୋକାନ ଭିତରକୁ ପଶିଯାଇଥିଲା। ଦୋକାନ ସମ୍ମୁଖରେ ଥିବା ବାଇକ ଓ ସ୍କୁଟିଗୁଡ଼ିକୁ ଟ୍ରଲରଟି ଚାପି ଦେଇଥିବା ଜଣାପଡ଼ିଛି।

ଘଟଣା ପରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ସହ ଟ୍ରାଫିକ ନିୟନ୍ତ୍ରଣ କରିଛନ୍ତି। ପୋଲିସ ଟ୍ରଲରଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି। ଦୁର୍ଘଟଣାରେ କେହି ମୃତାହତ ହୋଇ ନାହାନ୍ତି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।