ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

Oct 12, 2026 - 11:40
ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି):  ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଗଞ୍ଜାମ ଓ ଯାଜପୁରର ୭ଟି ସ୍ଥାନରେ ରେଡ୍ ଜାରି ରହିଛି । ତେବେ ଏହି ଚଢ଼ାଉରେ ୩ ଜଣ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୯ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ।  ଭିଜିଲାନ୍ସ ଯାଞ୍ଚ ପ୍ରକ୍ରିୟା ସରିବା ପରେ ମୋଟ ସମ୍ପତ୍ତି ସମ୍ପର୍କରେ ସ୍ପଷ୍ଟ ହୋଇପାରିବ । 

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।