ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ
ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା ଦେଖିବାକୁ ମିଳିଛି । ନଦୀରେ ଶବ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଧର୍ମଶାଳା ପୋଲିସକୁ ଖବର ଦେଇଛନ୍ତି । ମୃତଦେହ ଦେଖିଲେ ଯୁବକଙ୍କର ବୋଲି ଜଣାପଡୁଛି ।
ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ଶବଟି କାହାର ଏବଂ କେଉଁ ପରିସ୍ଥିତିରେ ନଦୀକୁ ଆସିଲା, ସେନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରହିଛି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।