ନବରାତ୍ରୀର ଚତୁର୍ଥ ଦିନ: କୁଷ୍ମାଣ୍ଡା ରୂପରେ ପୂଜା ପାଉଛନ୍ତି ଜଗତଜନନୀ

Oct 14, 2026 - 15:41
ନବରାତ୍ରୀର ଚତୁର୍ଥ ଦିନ: କୁଷ୍ମାଣ୍ଡା ରୂପରେ ପୂଜା ପାଉଛନ୍ତି ଜଗତଜନନୀ

ନବରାତ୍ରୀର ଚତୁର୍ଥ ଦିନ: କୁଷ୍ମାଣ୍ଡା ରୂପରେ ପୂଜା ପାଉଛନ୍ତି ଜଗତଜନନୀ

ନନ୍ଦିଘୋଷ ବ୍ୟୁରୋ: ଶାରଦୀୟ ନବରାତ୍ରୀର ଚତୁର୍ଥ ଦିନ ମା’ ଦୁର୍ଗାଙ୍କ ଚତୁର୍ଥ ସ୍ଵରୂପ ଦେବୀ ‘କୁଷ୍ମାଣ୍ଡା’ଙ୍କ  ଉଦ୍ଦେଶ୍ୟରେ ସମର୍ପିତ। ଉଦରରୁ ଏହି ବ୍ରହ୍ମାଣ୍ଡକୁ ସୃଷ୍ଟି କରିଥିବା କାରଣରୁ ସେ ‘କୁଷ୍ମାଣ୍ଡା’ଙ୍କ ନାମରେ ନାମିତ । ମା’ କୁଷ୍ମାଣ୍ଡା ତେଜ ଓ ପ୍ରତାପର ସ୍ଵରୂପ ଅଟନ୍ତି। କୁହାଯାଏ ସାରା ବ୍ରହ୍ମାଣ୍ଡର ସମସ୍ତ ବସ୍ତୁ ଓ ପ୍ରାଣୀଙ୍କ ଠାରୁ ଯେଉଁ ତେଜ ନିର୍ଗତ ହେଉଛି ତାହାର ସୃଷ୍ଟି କର୍ତ୍ତା ହେଉଛନ୍ତି ଦେବୀ କୁଷ୍ମାଣ୍ଡା।

ଶାରଦୀୟ ନବରାତ୍ରୀର ଚତୁର୍ଥ ଦିନ ମା’ କୁଷ୍ମାଣ୍ଡାଙ୍କୁ ଆରାଧନା କରାଯାଏ। ମା’ କୁଷ୍ମାଣ୍ଡାଙ୍କ ତେଜ ଓ ପ୍ରତାପରୁ ପୃଥିବୀର ଦଶ ଦିଗକୁ ପ୍ରକାଶ ପ୍ରାପ୍ତ ହୁଏ । ପୌରାଣିକ ମତ ଅନୁଯାୟୀ, ଦେବୀଙ୍କ ହସରୁ ବ୍ରହ୍ମାଣ୍ଡର ସୃଷ୍ଟି। ଏହି ରୂପରେ ଦେବୀ ଅଷ୍ଟଭୂଜା ସହ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି।

କୁହାଯାଏ, ସୃଷ୍ଟିର ଅସ୍ତିତ୍ଵ ନଥିବା ସମୟରେ ମା’ କୁଷ୍ମାଣ୍ଡା ଏହି ସୃଷ୍ଟିର ରଚନା କରିଥିଲେ। ସେଥିପାଇଁ ଦେବୀଙ୍କୁ ଆଦ୍ୟ ସ୍ଵରୂପା ବା ଆଦିଶକ୍ତି ବୋଲି କୁହାଯାଏ। ମାଙ୍କ ହାତରେ ୭ଟି କମଣ୍ଡଳୁ, ଧନୁଷ, ବାଣ, କମଳ-ପୁଷ୍ପ, ଅମୃତପୂର୍ଣ୍ଣ କଳସ, ଚକ୍ର ତଥା ଗଦା ଶୋଭାପାଏ। ତେଣୁ ତାଙ୍କୁ ଅଷ୍ଟଭୂଜା’ ବୋଲି କୁହାଯାଏ ।  ଅଷ୍ଟମ ହାତରେ ମାଆଙ୍କ ସମସ୍ତ ସିଦ୍ଧି ଓ ନିଧି ଦେଉଥିବା ଜପ ମାଳା ରହିଥାଏ। ବିଶ୍ବାସ ରହିଛି ଯେ, ଦେବୀଙ୍କର ଏହି ସ୍ୱରୂପକୁ ପୂଜା କରିବା ଦ୍ୱାରା ଅସାଧ୍ୟ ରୋଗରୁ ମୁକ୍ତି ମିଳିବା ସହ ଉତ୍ତମ ସ୍ୱାସ୍ଥ୍ୟ ପ୍ରାପ୍ତ ହୋଇଥାଏ।

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।