ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

Sep 29, 2026 - 21:30
ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ନନ୍ଦିଘୋଷ ବ୍ୟୁରୋ : ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା । ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ । ବାରିପଦା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ଫାଷ୍ଟ ଟ୍ରାକ୍ ସ୍ପେଶାଲ୍ ପୋକ୍‌ସୋ କୋର୍ଟ ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ଅଶୋକ ରାଉଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ଏଥିସହିତ ଅଦାଲତ ଅଭିଯୁକ୍ତଙ୍କୁ ୨୦ ହଜାର ଟଙ୍କା ଜୋରିମାନା କରିଛନ୍ତି । ଜରିମାନା ଅନାଦେୟ ଅଧିକ ୧ ବର୍ଷ ଜେଲ୍ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ନାବାଳିକା ଅପହରଣ ମାମଲାରେ କୋର୍ଟ ଅଭିଯୁକ୍ତଙ୍କୁ ଅତିରିକ୍ତ ୩ ବର୍ଷ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜୋରିମାନା ସହ ଜୋରିମାନା ଅନାଦେୟ ଆଉ ୬ ମାସ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ୨୦୨୫ ଅକ୍ଟୋବର ୧୯ ତାରିଖରେ ଏନେଇ କରଞ୍ଜିଆ ଥାନାରେ ମାମଲା ରୁଜୁ ହୋଇଥିଲା । ଅଦାଲତ ମୋଟ ୬ ଜଣ ସାକ୍ଷୀଙ୍କ ବୟାନ ଏବଂ ଉପସ୍ଥାପିତ ତଥ୍ୟ-ପ୍ରମାଣକୁ ଆଧାର କରି ଏହି ରାୟ ପ୍ରଦାନ କରିଛନ୍ତି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।