ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

Aug 12, 2026 - 10:03
ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର  ରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇନଫୋସିଟି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ଭୁବନେଶ୍ୱରରୁ ନାବାଳିକାଙ୍କୁ ଅପହରଣ କରି ଯାଜପୁର ନେଇଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ଇନଫୋସିଟି ଥାନାରେ ଅଭିଯୋଗ କରାଯାଇଥିଲା।

ଅଭିଯୋଗ ଆଧାରରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ନାବାଳିକାଙ୍କୁ ଉଦ୍ଧାର କରିଥିଲା। ପରେ ଅଭିଯୁକ୍ତଙ୍କୁ ଠାବ କରି ଗିରଫ କରାଯାଇଛି। ଘଟଣା ସମ୍ପର୍କରେ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି। ନାବାଳିକାଙ୍କ ବୟାନ ଓ ଅନ୍ୟାନ୍ୟ ତଥ୍ୟ ଆଧାରରେ ମାମଲାର ପରବର୍ତ୍ତୀ ତଦନ୍ତ କରାଯାଉଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।