ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

Oct 13, 2026 - 13:32
ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ ପଡ଼ିଆ ଉଦ୍‌ଘାଟନ ସମୟରେ ଉଭୟଙ୍କ ମଧ୍ୟରେ କଟାକଟି ହେବା ସହ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଡିଏ ଭିସି ରାଣାଙ୍କ ଉପରେ ମେୟର ସୁଲୋଚନା ରାଗି ଯାଇଥିଲେ।

ଅନ୍ୟପକ୍ଷେ ଘଟଣାସ୍ଥଳରେ ଉପସ୍ଥିତ ଥିବା ବିଧାୟକ ବାବୁ ସିଂହ ଏବଂ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମେୟରଙ୍କୁ ବୁଝାଶୁଝା କରିଥିଲେ। ପରେ ପରିସ୍ଥିତି ଶାନ୍ତ ପଡିଥିବା ସୂଚନା ମିଳିଛି। ଏହି ଘଟଣା ଏବେ ରାଜଧାନୀରେ ଚର୍ଚ୍ଚାର ବିଷୟ ହୋଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।