ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ
ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା ଅଭିଯାନର ଶୁଭାରମ୍ଭ ହୋଇଛି।
ଶନିବାର ଛତ୍ରପୁରସ୍ଥିତ ପିଏମ୍ଶ୍ରୀ ଅନସ୍ଲୋ ଉଚ୍ଚ ବିଦ୍ୟାଳୟ ପରିସରରୁ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ପତାକା ଦେଖାଇ ସଚେତନତା ଯାନର ଶୁଭାରମ୍ଭ କରିଥିଲେ। ଏହି ଯାନ ସେପ୍ଟେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଗ୍ରାମ ପରିକ୍ରମା କରି ସାକ୍ଷରତା ଓ ‘ଉଲ୍ଲାସ’ କାର୍ଯ୍ୟକ୍ରମ ସମ୍ପର୍କରେ ଲୋକଙ୍କୁ ସଚେତନ କରିବ।
‘ଉଲ୍ଲାସ’ ଅଭିଯାନ ମାଧ୍ୟମରେ ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର କରିବା ସହ ସେମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ଜୀବନବ୍ୟାପୀ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବ।ଏହି ଅବସରରେ ଜିଲାଓ ବ୍ଲକସ୍ତରୀୟ ଶିକ୍ଷା ଅଧିକାରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।