ନୂତନ ଡାଟା ସେଣ୍ଟର ଏବଂ ସାଇବର୍ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଉଦ୍ଘାଟିତ ହୋଇଯାଇଛି
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଉଦ୍ଘାଟିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ରତିଷ୍ଠାନକଗୁଡ଼ିକୁ ଉଦ୍ଘାଟନ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ଏହାପରେ ସେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ଇନଫୋଭ୍ୟାଲି ହେଲିପ୍ୟାଡରେ ପହଞ୍ଚି ଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସ୍ବାଗତ ସ୍ବାଗତ କରିଥିଲେ। ଭୁବନେଶ୍ବରରୁ ଖୋର୍ଦ୍ଧାସ୍ଥିତ ଆର୍ବିଆଇ ଡାଟା ସେଣ୍ଟରରେ ପହଞ୍ଚି ଥିଲେ। ଉଦ୍ଘାଟନୀ ପରେ ସେ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଫେରିଯିବେ। ୬ଟା ୩୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଫେରିଯିବେ। ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଥିଲେ। ମୋଦୀଙ୍କ ଓଡ଼ିଶା ଗସ୍ତ ଅବସରରେ ଭୁବନେଶ୍ବର ବିମାନବନ୍ଦରରୁ ଜଟଣୀସ୍ଥିତ ଆରବିଆଇ ଡାଟା ସେଣ୍ଟର ପର୍ଯ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।