ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

Aug 15, 2026 - 09:23
ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ ଶିକ୍ଷା ଅନୁଷ୍ଠାନର କ୍ରୀଡା ଶିକ୍ଷକ ପ୍ରିୟବ୍ରତ ବେହେରା (୨୪)ଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି । ତାଙ୍କ ଘର ବାଲିଆପାଳ ଅଞ୍ଚଳରେ। ପତାକା ଉତ୍ତୋଳନ ପାଇଁ ଶିକ୍ଷକ ଜଣକ ପତାକା ଷ୍ଟାଣ୍ଡରେ ଲୁହା ପାଇପ ପୋତିବା ପାଇଁ ଆଣୁଥିବା ବେଳେ ଉପରେ ଯାଇଥିବା ବିଦ୍ୟୁତ ତାରରେ ଲାଗିଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲକୁ ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ବିଦ୍ୟୁତ ଆଘାତରେ ଦୁଇଜଣ ଛାତ୍ର ମଧ୍ୟ ଆହତ ହୋଇଥିବାର ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।