ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…
ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାକୁ ନେଇ ପାଣିପାଗ ବିଭାଗର ନଜର ରହିଛି ଏବଂ ଏହି ପାଣିପାଗ ପ୍ରଣାଳୀ ଆଗକୁ କେଉଁ ଦିଗରେ ଗତି କରିବ ଓ ଏହାର ପ୍ରଭାବ କେତେ ରହିବ, ତାହା ଉପରେ ନିରନ୍ତର ଅନୁଧ୍ୟାନ କରାଯାଉଛି ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଆଣ୍ଡାମାନ ସାଗର ଏବଂ ମିଆଁମାରର ସଂଲଗ୍ନ ଇରାୱାଡି ଅଞ୍ଚଳ ଆଡ଼କୁ ପ୍ରବେଶ କରିବାର ସମ୍ଭାବନା ରହିଛି । ପରେ ଏହାର ଗତିପଥ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ରହିପାରେ ବୋଲି ପାଣିପାଗ ଆକଳନରୁ ଜଣାପଡ଼ିଛି। ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଲଘୁଚାପଟି ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ିବାର ସମ୍ଭାବନା ରହିଛି ଏବଂ ଧୀରେ ଧୀରେ ଏହା ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଅଞ୍ଚଳ ଆଡ଼କୁ ଅଗ୍ରସର ହୋଇପାରେ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।