ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

Sep 05, 2026 - 20:33
ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି।

ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧ ଜଳବିଦ୍ୟୁତ ପ୍ରକଳ୍ପର ଅଡିଟ୍‌ ଟନେ ନଂ ୪ ଭିତରେ ଲୁହାଇତାଓ ନାମକ ଚାଇନା ନାଗରିକ ୧୦ ଦିନ ହେଲା ଫସିରହିଥିଲେ। ନେପାଳୀ ସେନା ଓ ବିଦେଶୀ ଉଦ୍ଧାରକାରୀମାନେ ତାଙ୍କୁ ଟନେଲର ୨୨୫ ମିଟର ଭିତରୁ ବାହାର କରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ତାଙ୍କୁ ମିଶାଇ ତ୍ରିଶୂଳୀ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲରୁ ୩ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଗଲାଣି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।