ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଲୋକସେବା ଭବନରେ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ଲୋକସେବା ଭବନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ୨୫ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱର ନିକଟସ୍ଥ ଇନ୍ଫୋଭ୍ୟାଲିରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI)ର ଡାଟା ସେଣ୍ଟର ଉଦ୍ଘାଟନ କରିବେ।
ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ହେଲିକପ୍ଟର ଯୋଗେ କାର୍ଯ୍ୟକ୍ରମସ୍ଥଳକୁ ଯିବେ ଏବଂ ସଡ଼କ ପଥରେ ଫେରିବେ। ତାଙ୍କ ଗସ୍ତ ସମୟରେ କେବଳ ଗୋଟିଏ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି।ସେହିପରି, ଆସନ୍ତା ୨୮ ଓ ୨୯ ତାରିଖରେ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତକୁ ସଫଳ ଓ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି।
ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଲୋକସେବା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।