ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

Oct 08, 2026 - 15:55
ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ସେ ମୁଖ୍ୟମନ୍ତ୍ରୀଙ୍କ ବିଶ୍ବସ୍ତ ରହିଥିବା ନେଇ ଚର୍ଚ୍ଚା ହେଉଛି ।

ସେହିପରି ଗୀତାଞ୍ଜଳି ନାୟକ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ଶାସନ ସଚିବ ପଦବୀରେ ରହିଥିବା ବେଳେ ତାଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ନିବେଦିତା ବିଶ୍ୱାଳଙ୍କୁ ପଞ୍ଚାୟତିରାଜ ବିଭାଗର ଦାୟିତ୍ୱ ମିଳିଥିବା ବେଳେ, କୁକୁମିନା ଦାସଙ୍କୁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦାୟିତ୍ୱ ଦିଆଯାଇଛି । ଆଜି ଓଡ଼ିଶା ବନ୍ଦ ପାଳନ ହେଉଥିବା ବେଳେ ପ୍ରଶାସନିକ ସ୍ତରରେ ଛୋଟ ଅଦଳବଦଳ ହୋଇଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।